ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ନିଟ୍ ପ୍ରବେଶିକାରେ କୃତିତ୍ୱ: ମେଧାବୀ ଛାତ୍ର ଶକ୍ତି ରଞ୍ଜନ ପାତ୍ରଙ୍କୁ ସମ୍ବର୍ଦ୍ଧନା

News Summary

ନିଟ୍‌ରେ ସଫଳ ଶକ୍ତି ରଞ୍ଜନ ପାତ୍ରଙ୍କୁ ପାଟଣାରେ ସମ୍ବର୍ଦ୍ଧନା।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା, ୬/୧୦: ନିଟ୍ ପ୍ରବେଶିକା ପରୀକ୍ଷାରେ କୃତିତ୍ୱ ଅର୍ଜନ କରି ଭବାନୀପାଟଣା ସରକାରୀ ମେଡିକାଲ କଲେଜରେ ନାମ ଲେଖାଇଥିବା ପାଟଣା ବ୍ଲକର ମେଧାବୀ ଛାତ୍ର ଶକ୍ତି ରଞ୍ଜନ ପାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ପାଟଣା ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ ପକ୍ଷରୁ ଟାଙ୍ଗରପଡା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏହି ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା।କେନ୍ଦେଇପଶି ପଞ୍ଚାୟତ ଅନ୍ତର୍ଗତ ଖୁଣ୍ଟାପଡା ଗ୍ରାମର କୁନ୍ତୀ ପାତ୍ର ଓ ଲୋଚନ ପାତ୍ରଙ୍କ ସୁପୁତ୍ର ଶକ୍ତି ରଞ୍ଜନ ପାତ୍ର ନିଟ୍ ପ୍ରବେଶିକା ପରୀକ୍ଷାରେ ସଫଳତା ହାସଲ କରି ମେଡିକାଲ ଶିକ୍ଷା ପାଇଁ ମନୋନୀତ ହୋଇଛନ୍ତି।ବିଦ୍ୟାଳୟର ପ୍ରଧାନଶିକ୍ଷକ ମକରଧ୍ୱଜ ମହାନ୍ତଙ୍କ ସଭାପତିତ୍ୱରେ ଏବଂ ସ୍ୱାମପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବରିଷ୍ଠ ବିଜ୍ଞାନ ଶିକ୍ଷକ ତଥା ଭାଷ୍ୟକାର ପାର୍ଥସାରଥି ବେଜଙ୍କ ସଂଯୋଜନାରେ ସଭା ଅନୁଷ୍ଠିତ ହୋଇଥିଲା।ସଭାରେ ବଡ଼ପାଟଣା ପଞ୍ଚାୟତ ସରପଞ୍ଚ ବିନତି ବାନରା ମୁଖ୍ୟ ଅତିଥି ଏବଂ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ନଳିନୀ ଚନ୍ଦ୍ର ଘଣା ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ସମ୍ପାଦକ କମଳାକାନ୍ତ ପତି, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରସନ୍ନ କୁମାର ପରିଡ଼ା, ଶାନ୍ତନୁ କୁମାର ସାହୁ, ହୃଷିକେଶ ମହାନ୍ତ, ଅବସରପ୍ରାପ୍ତ ଶିକ୍ଷକ ନଗେଶ ଚନ୍ଦ୍ର ବ୍ରହ୍ମ, ଓଡ଼ିଶା କୁଡୁମୀ ସେନାର ଉପସଭାପତି ମିତ୍ରଭାନୁ ମହାନ୍ତ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ କରୁଣାକର ମହାନ୍ତ, ପ୍ରଧାନଶିକ୍ଷକ ମହେନ୍ଦ୍ର ମହାନ୍ତ ଓ ସାମାଜିକ କର୍ମୀ ସଞ୍ଜୀବ କୁମାର ମହାନ୍ତ ପ୍ରମୁଖ ଉପସ୍ଥିତ ଥିଲେ।ଅତିଥିମାନେ ଶକ୍ତି ରଞ୍ଜନ ପାତ୍ରଙ୍କ ଉଚ୍ଚଶିକ୍ଷା ଓ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହ ତାଙ୍କ ସଫଳତା ଅନ୍ୟ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରେରଣା ହେବ ବୋଲି କହିଥିଲେ।
ପରିଶେଷରେ ଅନୁଷ୍ଠାନର ବରିଷ୍ଠ ସଦସ୍ୟ ତଥା ଏନ୍‌ପିଏସ୍‌ ଶିକ୍ଷକ ସଂଘର ସଭାପତି ପ୍ରମୋଦ କୁମାର ମହାନ୍ତ, ବରିଷ୍ଠ ବିଜ୍ଞାନ ଶିକ୍ଷକ ଦେବେନ୍ଦ୍ର କୁମାର ମହାନ୍ତ ଓ ବିଜ୍ଞାନ ଶିକ୍ଷକ ଦିବାକର ମହାନ୍ତ ଶକ୍ତି ରଞ୍ଜନଙ୍କ ପିତାମାତାଙ୍କୁ ଫୁଲତୋଡ଼ା, ଉତ୍ତରୀୟ ଓ ଅଙ୍ଗବସ୍ତ୍ର ପ୍ରଦାନ କରି ସମ୍ମାନିତ କରିଥିଲେ।ଅନୁଷ୍ଠାନର ସ୍ରଷ୍ଟା ତଥା ବିଶିଷ୍ଟ ସମାଜସେବୀ ବିଦ୍ୟାଧର ମହାନ୍ତ ମେଧାବୀ ଛାତ୍ର ଶକ୍ତି ରଞ୍ଜନ ପାତ୍ରଙ୍କୁ ଫୁଲତୋଡ଼ା, ଉତ୍ତରୀୟ ଓ ଆଶୀର୍ବାଦ ପ୍ରଦାନ କରିବା ସହ ସମ୍ବର୍ଦ୍ଧନା ପତ୍ର ପାଠ କରିଥିଲେ। ଏଥିସହ ତାଙ୍କର ଉତ୍ତରୋତ୍ତର ଉନ୍ନତି ଓ ସଫଳତା କାମନା କରିଥିଲେ।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।