କେନ୍ଦୁଝର/ପାଟଣା, ୩୧/୧୦: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟ ପରିସରରେ ଲ୍ୟାବ୍ ଆଟେଣ୍ଡାଣ୍ଟ ଭାବେ କାର୍ଯ୍ୟରତ ଗୋବିନ୍ଦ ଚନ୍ଦ୍ର ପାତ୍ରଙ୍କ ଅବସର ଉପଲକ୍ଷେ ମହାବିଦ୍ୟାଳୟ ପକ୍ଷରୁ ଏକ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଥିଲା।କ୍ରୀଡ଼ା ଶିକ୍ଷକ କ୍ୟାପଟେନ୍ ଧର୍ମେନ୍ଦ୍ର କୁମାର ସାହୁଙ୍କ ସଂଯୋଜନାରେ ଆୟୋଜିତ ଏହି ସଭାରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଜଗନ୍ନାଥ ମହାନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ବ୍ରଜେନ୍ଦ୍ର କୁମାର ପତି ଓ ଶରତ ଚନ୍ଦ୍ର ମିଶ୍ର ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ। ଏଥିରେ ମହାବିଦ୍ୟାଳୟର ଅଧ୍ୟାପକ ଓ ଅଧ୍ୟାପିକାମାନେ ମଧ୍ୟ ଯୋଗଦେଇଥିଲେ।ସଭାରେ ବକ୍ତାମାନେ ଅବସର ଗ୍ରହଣ କରୁଥିବା ଗୋବିନ୍ଦ ଚନ୍ଦ୍ର ପାତ୍ରଙ୍କ ଦୀର୍ଘଦିନର କର୍ତ୍ତବ୍ୟନିଷ୍ଠା, ସମୟାନୁବର୍ତ୍ତିତା ଓ ମହାବିଦ୍ୟାଳୟ ପ୍ରତି ତାଙ୍କର ନିଷ୍ଠାପର ସେବାକୁ ସ୍ମରଣ କରିଥିଲେ। ତାଙ୍କର କାର୍ଯ୍ୟଦକ୍ଷତା ଓ ଅବଦାନକୁ ପ୍ରଶଂସା କରିବା ସହ ମହାବିଦ୍ୟାଳୟ ପକ୍ଷରୁ ଉପଢ଼ୌକନ ଓ ସମ୍ବର୍ଦ୍ଧନା ଜଣାଇ ବିଦାୟ ଦିଆଯାଇଥିଲା।
ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା, ଗୋବିନ୍ଦ ଚନ୍ଦ୍ର ପାତ୍ରଙ୍କୁ ଭାବପୂର୍ଣ୍ଣ ବିଦାୟ
News Summary
: ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଲ୍ୟାବ୍ ଆଟେଣ୍ଡାଣ୍ଟ ଗୋବିନ୍ଦ ଚନ୍ଦ୍ର ପାତ୍ରଙ୍କ ଅବସର ଉପଲକ୍ଷେ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ।
Published By:
Nazar Odisha Team |
ନଜର ଓଡ଼ିଶା | Nazar Odisha
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
Subscribe to:
Post Comments (Atom)
Latest News
ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।