ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

୨ ବାଇକ୍ ମୁହାଁମୁହିଁ ଧକ୍କା, ୭୪ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ

News Summary

କେନ୍ଦୁଝର ପାଟଣା ତୁରୁମୁଙ୍ଗା ଥାନା ଅଞ୍ଚଳ ରାଜନଗର-ଚିଲିଦା ରାସ୍ତାରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ ୭୪ ବର୍ଷୀୟ ବେଣୁଧର ଦେହୁରୀଙ୍କ ମୃତ୍ୟୁ, ୨ ଜଣ ଆହତ।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା, ୨/୧୦: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅଞ୍ଚଳର ରାଜନଗର-ଚିଲିଦା ରାସ୍ତାରେ ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ଘଟି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଗୁରୁବାର ସନ୍ଧ୍ୟାରେ ଘଟିଥିବା ଏହି ଦୁର୍ଘଟଣାରେ ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ପୌରାଞ୍ଚଳ ୧୨ ନମ୍ବର ୱାର୍ଡର ବେଣୁଧର ଦେହୁରୀ (୭୪)ଙ୍କ ମୃତ୍ୟୁ ହୋଇଛି।ସୂଚନା ଅନୁଯାୟୀ, ବେଣୁଧର ଦେହୁରୀ ନିଜ ପୁଅଙ୍କ ସହ ବାଇକ୍‌ରେ କରଞ୍ଜିଆ ଫେରୁଥିଲେ। ରାଜନଗର-ଚିଲିଦା ରାସ୍ତାରେ ସାମ୍ନା ପଟୁ ଆସୁଥିବା ଅନ୍ୟ ଏକ ବାଇକ୍ ସହ ତାଙ୍କ ବାଇକ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା।ଦୁର୍ଘଟଣାରେ ନୁଆଗାଁ ଗ୍ରାମର ଜଣେ ଯୁବକ ଓ ବେଣୁଧରଙ୍କ ପୁଅ ଆହତ ହୋଇଥିଲେ। ଆହତମାନଙ୍କ ସହ ବେଣୁଧରଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝରସ୍ଥିତ ଧରଣୀଧର ମେଡିକାଲ କଲେଜକୁ ନିଆଯାଇଥିଲା। ସେଠାରେ ଡାକ୍ତର ବେଣୁଧର ଦେହୁରୀଙ୍କୁ ମୃତ ଘୋଷଣା କରିଥିଲେ।ଘଟଣା ସମ୍ପର୍କରେ ତୁରୁମୁଙ୍ଗା ଥାନାରେ ମାମଲା ନମ୍ବର ୨୫୯/୨୦୨୬ରେ ଏକ ଦୁର୍ଘଟଣା ମାମଲା ରୁଜୁ ହୋଇଛି। ଥାନା ଏଏସ୍‌ଆଇ ଅନନ୍ତ ନାରାୟଣ ନାଏକ କେନ୍ଦୁଝର ଯାଇ ମୃତକଙ୍କ ଶବ ବ୍ୟବଚ୍ଛେଦ କରାଇଛନ୍ତି। ଦୁର୍ଘଟଣାଗ୍ରସ୍ତ ଦୁଇଟି ବାଇକ୍‌କୁ ପୁଲିସ ଜବତ କରି ଘଟଣାର ତଦନ୍ତ କରୁଛି।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।