ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ଗୋବରାବେଡ଼ା ଉଚ୍ଚ ବିଦ୍ୟାଳୟରେ ସରାସପଶି କ୍ଲଷ୍ଟରସ୍ତରୀୟ ସୁରଭି ଉଦଯାପିତ

News Summary

ସରାସପଶି କ୍ଲଷ୍ଟରସ୍ତରୀୟ ସୁରଭି ଶିଶୁ ମହୋତ୍ସବ ଗୋବରାବେଡ଼ା ଉଚ୍ଚ ବିଦ୍ୟାଳୟରେ ଉଦଯାପିତ। ୧୬ଟି ବିଦ୍ୟାଳୟର ୧୪୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କ ଯୋଗଦାନ।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ଘଟଗାଁ, ୧୩/୧୦: କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଅନ୍ତର୍ଗତ ସରାସପଶି କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଗୋବରାବେଡ଼ା ଉଚ୍ଚ ବିଦ୍ୟାଳୟ ପରିସରରେ ଉଦଯାପିତ ହୋଇଯାଇଛି। ଏହି ଶିଶୁ ମହୋତ୍ସବରେ ୧୬ଟି ବିଦ୍ୟାଳୟରୁ ୧୪୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ।ଗୋବରାବେଡ଼ା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ହଳଧର ମହାନ୍ତଙ୍କ ସଭାପତିତ୍ୱରେ ଆୟୋଜିତ ଉଦଯାପନୀ ସମାରୋହରେ ଘଟଗାଁ ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ନାୟକ ମୁଖ୍ୟ ଅତିଥି ଏବଂ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ରାଜୀବ ଲୋଚନ ମହାନ୍ତ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ହାସଲ କରିଥିବା କୃତୀ ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରିଥିଲେ।ଏହି ସୁରଭି କାର୍ଯ୍ୟକ୍ରମରେ ଚିତ୍ରାଙ୍କନ, ଗଳ୍ପ କଥନ, ଗଣିତ, କୁଇଜ୍‌, ବକ୍ତୃତା, ତର୍କ, ପ୍ରବନ୍ଧ ଲିଖନ, ଦେଶାତ୍ମବୋଧକ ସଙ୍ଗୀତ ଗାନ ଓ ନୃତ୍ୟ-ସଙ୍ଗୀତ ଭଳି ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଛାତ୍ରଛାତ୍ରୀମାନେ ଉତ୍ସାହର ସହ ଏଥିରେ ଭାଗ ନେଇ ନିଜର ଲୁକ୍କାୟିତ ପ୍ରତିଭା ଓ ସୃଜନଶୀଳତାର ପରିଚୟ ଦେଇଥିଲେ।କାର୍ଯ୍ୟକ୍ରମଗୁଡ଼ିକୁ କିଶୋରୀ ମୋହନ ଜେନା, ଡମ୍ବରୁଧର ମହାନ୍ତ, ସତ୍ୟବ୍ରତ ନାୟକ, ଚିତ୍ରସେନ ମହାନ୍ତ, ମୁରଲୀଧର ମହାନ୍ତ, ଖଗେଶ୍ୱର ନାୟକ, ଗଦାଧର ଜେନା, କଞ୍ଚନବାଳା ଜେନା, ସିନେପ୍ରିୟ ଦେହୁରୀ, ସୁଚିସ୍ମିତା ଦାସ, ରଞ୍ଜନ କୁମାର ବେହେରା, ଆଲୋକ ସେଠୀ ଓ ଅରୁଣ କୁମାର ମହାନ୍ତଙ୍କ ସମେତ ଅନ୍ୟମାନେ ପରିଚାଳନା କରିଥିଲେ।ଏହି ଶିଶୁ ମହୋତ୍ସବ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ପ୍ରତିଭାର ବିକାଶ ଓ ସେମାନଙ୍କୁ ନିଜର ଦକ୍ଷତା ପ୍ରଦର୍ଶନ ପାଇଁ ଏକ ଉତ୍ତମ ମଞ୍ଚ ପ୍ରଦାନ କରିଥିଲା।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।