ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ଭୋଳବେଡ଼ାରେ କ୍ଲଷ୍ଟର ସ୍ତରୀୟ ସୁରଭି, ୧୭ ବିଦ୍ୟାଳୟର ୨୦୦ ଛାତ୍ରଛାତ୍ରୀଙ୍କ ଯୋଗଦାନ

News Summary

କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଭୋଳବେଡ଼ା ଜନତା ସରକାରୀ ଉଚ୍ଚ ବିଦ୍ୟାଳୟରେ କଟରାବେଡ଼ା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ। ୧୭ଟି ବିଦ୍ୟାଳୟର ୨୦୦ ଛାତ୍ରଛାତ୍ରୀଙ୍କ ଯୋଗଦାନ।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ଢେଙ୍କିକୋଟ, ୧୫/୧୦: କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଅନ୍ତର୍ଗତ ଭୋଳବେଡ଼ା ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ କଟରାବେଡ଼ା କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ କ୍ଲଷ୍ଟର ଅନ୍ତର୍ଗତ ୧୭ଟି ବିଦ୍ୟାଳୟରୁ ପ୍ରାୟ ୨୦୦ ଛାତ୍ରଛାତ୍ରୀ ଯୋଗଦେଇ ବିଭିନ୍ନ ପ୍ରତିଯୋଗିତାରେ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ।ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ହୃଷିକେଶ ପଲେଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମଗ୍ର କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। ଜନତା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଭାବବତୀ ବିନିସିଆଙ୍କ ସଭାପତିତ୍ୱରେ ଆୟୋଜିତ ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ବ୍ଲକ ଶିକ୍ଷାଧିକାରୀ ହରେକୃଷ୍ଣ ନାୟକ ଯୋଗଦେଇଥିଲେ।ସେହିପରି ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ନାୟକ, ଭୋଳବେଡ଼ା ସରପଞ୍ଚ ସନ୍ଧ୍ୟାରାଣୀ ନାୟକ, ଘଟଗାଁ ସିଆରସିସି କମଳାକାନ୍ତ ପଣ୍ଡା ଓ ସିଆରସିସି ବିଜୟ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଏଥିସହ ଉତ୍କୃଷ୍ଟ ପ୍ରଦର୍ଶନ ଓ ଅବଦାନ ପାଇଁ ପ୍ରଧାନ ଶିକ୍ଷକ ରବୀନ୍ଦ୍ର ନାଥ ଓଝା ଓ ପ୍ରହଲ୍ଲାଦ ସୂତାର, ଖଜୁରୀଜୁଆଣି ପ୍ରାଥମିକ ବିଦ୍ୟାଳୟର ପାଚିକା ସାବିତ୍ରୀ ନାୟକ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପିତବାସ ନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ଉଦ୍‌ଯାପନୀ ସମାରୋହରେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଭାଗିରଥୀ ନାୟକ, ପ୍ରାଥମିକ ଶିକ୍ଷକ ସଂଘର ବ୍ଲକ ସଭାପତି ରମେଶ ଚନ୍ଦ୍ର ମହାନ୍ତ ଓ ମନୋହରପୁର ସରପଞ୍ଚ ଦୁଃଶାସନ ନାୟକ ପ୍ରମୁଖ ଯୋଗଦେଇଥିଲେ।ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ହୃଷିକେଶ ପଲେଇଙ୍କ ସମେତ କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀ ପ୍ରତିଯୋଗିତାଗୁଡ଼ିକର ପରିଚାଳନା କରିଥିଲେ। ଏହି ସୁରଭି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କ ଲୁକ୍କାୟିତ ପ୍ରତିଭାର ବିକାଶ ଓ ସୃଜନଶୀଳତା ପ୍ରଦର୍ଶନ ପାଇଁ ଏକ ଉତ୍ତମ ମଞ୍ଚ ପାଲଟିଥିଲା।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।