ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ମୂଷାଖୋରୀରେ ଗଜଲକ୍ଷ୍ମୀ ପୂଜା ପାଇଁ ମାଟି ଅନୁକୂଳ

News Summary

ନଜର ଓଡ଼ିଶା | ଓଡ଼ିଶାର ତାଜା ଖବର ଓ ନ୍ୟୁଜ୍ ପୋର୍ଟାଲ୍

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା, ୩/୧୦: ପାଟଣା ବ୍ଲକ ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାଖୋରୀ ଗ୍ରାମରେ ଆସନ୍ତା ଗଜଲକ୍ଷ୍ମୀ ପୂଜା ପାଇଁ ପାରମ୍ପରିକ ରୀତିନୀତି ଅନୁଯାୟୀ ମାଟି ଅନୁକୂଳ କାର୍ଯ୍ୟ ସମ୍ପନ୍ନ ହୋଇଛି। ଏହାକୁ ନେଇ ଗ୍ରାମରେ ଭକ୍ତିମୟ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି।
ଏହି ଅବସରରେ ଗ୍ରାମବାସୀ, ଶ୍ରଦ୍ଧାଳୁ ଓ ପୂଜା କମିଟିର କର୍ମକର୍ତ୍ତାମାନେ ଏକତ୍ରିତ ହୋଇ ହରିବୋଲ, ହୁଳହୁଳି ଓ ସଂକୀର୍ତ୍ତନ ଧ୍ୱନିରେ ଏକ ଭବ୍ୟ ଶୋଭାଯାତ୍ରାରେ ଗ୍ରାମ ନିକଟସ୍ଥ ଐତିହାସିକ ଆହାର ବନ୍ଧ ନିକଟକୁ ଯାଇଥିଲେ।
ସେଠାରେ ପୂଜକଙ୍କ ବେଦମନ୍ତ୍ର ଉଚ୍ଚାରଣ ମଧ୍ୟରେ ଜଳାଶୟ ତଟରେ ବିଧିବଦ୍ଧ ଭାବେ ପୂଜାର୍ଚ୍ଚନା କରାଯାଇଥିଲା। ପୂଜା ପରେ ଧନଦାତ୍ରୀ ମା’ ଗଜଲକ୍ଷ୍ମୀଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣ ପାଇଁ ପବିତ୍ର ଶୁଭ ମାଟି ସଂଗ୍ରହ କରାଯାଇଥିଲା।ମାଟି ସଂଗ୍ରହ ପରେ ଶ୍ରଦ୍ଧାଳୁମାନେ ସଂକୀର୍ତ୍ତନର ତାଳେ ତାଳେ ଗ୍ରାମ ପରିକ୍ରମା କରି ପୂଜା ମଣ୍ଡପରେ ପହଞ୍ଚିଥିଲେ। ସେଠାରେ ଗ୍ରାମର ମହିଳାମାନେ ଝୋଟି, ଦୀପ ଓ ଚନ୍ଦନ ଦେଇ ପାରମ୍ପରିକ ରୀତିରେ ବନ୍ଦାପନା କରି ଶୁଭ ମାଟିକୁ ସ୍ୱାଗତ କରିଥିଲେ।ମାଟି ଅନୁକୂଳ କାର୍ଯ୍ୟକ୍ରମକୁ ନେଇ ମୂଷାଖୋରୀ ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଭକ୍ତି ଓ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ଗଜଲକ୍ଷ୍ମୀ ପୂଜାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଏବେଠାରୁ ଉତ୍ସାହ ପ୍ରକାଶ ପାଇଛି।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।