ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ପାଟଣାରେ ବାୟୁସେନା ଦିବସ ପାଳିତ, ସହିଦ ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି

News Summary

ପାଟଣାରେ ଅବସରପ୍ରାପ୍ତ ସୈନିକ କଲ୍ୟାଣ ସଂଘ ପକ୍ଷରୁ ବାୟୁସେନା ଦିବସ ପାଳିତ। ସହିଦ ବୀର ଯବାନଙ୍କୁ ଦୀପ ପ୍ରଜ୍ୱଳନ ଓ ପୁଷ୍ପାଞ୍ଜଳି ଅର୍ପଣ କରି ଶ୍ରଦ୍ଧାଞ୍ଜଳି।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା, ୮/୧୦: ବାୟୁସେନା ଦିବସ ଅବସରରେ କେନ୍ଦୁଝର ଜିଲ୍ଲା ପାଟଣା ମୁଖ୍ୟାଳୟରେ ଅବସରପ୍ରାପ୍ତ ସୈନିକ କଲ୍ୟାଣ ସଂଘ, ପାଟଣା-ସାହାରପଡ଼ା ପକ୍ଷରୁ ଏକ ସଭା ଆୟୋଜିତ ହୋଇଥିଲା। ଏହି ସଭାରେ ସଂଘର ସମସ୍ତ ସଦସ୍ୟ ଉତ୍ସାହର ସହ ଯୋଗଦେଇ ବାୟୁସେନାର ବୀର ଯବାନଙ୍କ ତ୍ୟାଗ ଓ ବଳିଦାନକୁ ସ୍ମରଣ କରିଥିଲେ।କାର୍ଯ୍ୟକ୍ରମରେ ୱାରେଣ୍ଟ ଅଫିସର ନିତ୍ୟାନନ୍ଦ ମହାନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଜୁନିୟର ୱାରେଣ୍ଟ ଅଫିସର ଭଗବାନ ମହାନ୍ତ ମୁଖ୍ୟବକ୍ତା ଭାବେ ଉପସ୍ଥିତ ଥିଲେ। କ୍ୟାପଟେନ ଉପେନ୍ଦ୍ର ମହାନ୍ତ ସଭାରେ ଅଧ୍ୟକ୍ଷତା କରିଥିବା ବେଳେ ସଂଘର ସମ୍ପାଦକ ସୁବେଦାର ନାରାୟଣ ବାରିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏଥିରେ ସଂଘର ଅନ୍ୟାନ୍ୟ ସଦସ୍ୟ ମଧ୍ୟ ଉପସ୍ଥିତ ଥିଲେ।ପ୍ରଥମେ ମୁଖ୍ୟ ଅତିଥିଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ କରାଯାଇଥିଲା। ପରେ ବାୟୁସେନାର ସହିଦ ବୀର ଯବାନଙ୍କ ସ୍ମୃତିରେ ଦୀପ ପ୍ରଜ୍ୱଳନ ଓ ପୁଷ୍ପାଞ୍ଜଳି ଅର୍ପଣ କରାଯିବା ସହ ଦୁଇ ମିନିଟ୍ ନିରବ ପ୍ରାର୍ଥନା କରାଯାଇଥିଲା।ଏହାପରେ ସମ୍ପାଦକଙ୍କ ପକ୍ଷରୁ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଓ ସଂକ୍ଷିପ୍ତ ବିବରଣୀ ଉପସ୍ଥାପନ କରାଯାଇଥିଲା। ସଭାପତି କ୍ୟାପଟେନ ଉପେନ୍ଦ୍ର ମହାନ୍ତ ନିଜର ବକ୍ତବ୍ୟ ରଖିବା ସହ ସଂଘର ସୁପରିଚାଳନା ଓ ଆଗାମୀ କାର୍ଯ୍ୟଧାରା ସମ୍ପର୍କରେ ବିଭିନ୍ନ ମତାମତ ରଖିଥିଲେ।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।