ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ଚିନାମାଳିପଶିରେ ବିଜେପିର ପାଟଣା ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ

News Summary

ଚିନାମାଳିପଶିରେ ବିଜେପିର ପାଟଣା ମଣ୍ଡଳ ବୈଠକ। ଶୁକଦେବ ମହାନ୍ତ ଓ ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଉପସ୍ଥିତିରେ ସଂଗଠନ ସୁଦୃଢ଼ୀକରଣ ଉପରେ ଆଲୋଚନା।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା, ୧୦/୧୦: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଭାରତୀୟ ଜନତା ପାର୍ଟି (ବିଜେପି)ର ପାଟଣା ମଣ୍ଡଳସ୍ତରୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ମଣ୍ଡଳ ସଭାପତି ବ୍ରଜବନ୍ଧୁ ସେଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଦଳୀୟ ସଂଗଠନକୁ ତୃଣମୂଳ ସ୍ତରରେ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା।ବୈଠକରେ ବିଜେପିର କେନ୍ଦୁଝର ଜିଲ୍ଲା ସଭାପତି ଶୁକଦେବ ମହାନ୍ତ ମୁଖ୍ୟ ଅତିଥି ଏବଂ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗଦେଇ କାର୍ଯ୍ୟକର୍ତ୍ତାଙ୍କୁ ଦଳୀୟ ସଂଗଠନ ଆଗକୁ ବଢ଼ାଇବା ପାଇଁ ଦିଗଦର୍ଶନ ଦେଇଥିଲେ।ସମ୍ମାନିତ ଅତିଥି ଭାବେ ସାଂସଦ ପ୍ରତିନିଧି ପ୍ରହ୍ଲାଦ ପଲେଇ, ବିଧାୟକ ପ୍ରତିନିଧି କମଳାକାନ୍ତ ଦାଶ, ମଣ୍ଡଳ ପ୍ରଭାରୀ ମିତ୍ରଭାନୁ ମହାନ୍ତ, ଜିଲ୍ଲା ମହିଳା ମୋର୍ଚ୍ଚା ଉପସଭାପତି ସୋମବାରୀ ମୁଣ୍ଡା, ଜିଲ୍ଲା ସଂଖ୍ୟାଲଘୁ ସେଲ୍‌ ଉପସଭାପତି ମନସୁର ଆଲାମ, ପାଟଣା ବ୍ଲକ ଅଧ୍ୟକ୍ଷା ବୀଣାପାଣି ନାୟକ, କୃଷକ ମୋର୍ଚ୍ଚା ଉପସଭାପତି କୃଷ୍ଣଚନ୍ଦ୍ର ମହାନ୍ତ, ମଣ୍ଡଳ ସମ୍ପାଦକ ମଧୁସୂଦନ ମହାନ୍ତ, ସଞ୍ଜୟ ପଲେଇ, ରମେଶ ଚନ୍ଦ୍ର ମହାନ୍ତା ଏବଂ ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ନାୟକ ପ୍ରମୁଖ ମଞ୍ଚାସୀନ ଥିଲେ। ଶଶୀଭୂଷଣ ମହାନ୍ତ ମଞ୍ଚ ପରିଚାଳନା କରିଥିଲେ।ବୈଠକରେ ଦଳୀୟ ସଂଗଠନକୁ ତୃଣମୂଳ ସ୍ତରରେ ଅଧିକ ମଜବୁତ କରିବା, ଆଗାମୀ ଦିନର କାର୍ଯ୍ୟପନ୍ଥା ନିର୍ଦ୍ଧାରଣ ଏବଂ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ନେଇ ବିସ୍ତୃତ ଆଲୋଚନା ହୋଇଥିଲା। ଏଥିସହ ସ୍ଥାନୀୟ ଅଞ୍ଚଳର ମୌଳିକ ସମସ୍ୟାଗୁଡ଼ିକର ସମାଧାନ ଦିଗରେ ସକ୍ରିୟ ଭାବେ କାର୍ଯ୍ୟ କରିବାକୁ ନେତୃବୃନ୍ଦ କାର୍ଯ୍ୟକର୍ତ୍ତାଙ୍କୁ ଆହ୍ୱାନ ଦେଇଥିଲେ।ଏହି ବୈଠକରେ ୮ଟି ଶକ୍ତିକେନ୍ଦ୍ରର ପ୍ରମୁଖ, ବୁଥ୍‌ ପ୍ରମୁଖ, ମଣ୍ଡଳ ଅଧୀନରେ ଥିବା ବରିଷ୍ଠ ନେତୃବୃନ୍ଦ, ପଞ୍ଚାୟତସ୍ତରୀୟ ପ୍ରତିନିଧିଙ୍କ ସମେତ ଶତାଧିକ ଦଳୀୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।