ସ୍ୱାମ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମ
News Summary
ସ୍ୱାମ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ଅବସରରେ ଏନ୍ସିସି ପକ୍ଷରୁ ‘ସ୍ୱଚ୍ଛତା ହିଁ ସେବା’ ଓ ‘ବିକଶିତ ଭାରତ’ ସଚେତନତା କାର୍ଯ୍ୟକ୍ରମ ଓ ଶୋଭାଯାତ୍ରା ଅନୁଷ୍ଠିତ।
Published By:
Nazar Odisha Team |
ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା, ୨/୧୦: ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ସ୍ୱାମ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ‘ସ୍ୱଚ୍ଛତା ହିଁ ସେବା’ ଓ ‘ବିକଶିତ ଭାରତ’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଏନ୍ସିସି (ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ) ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ଏନ୍ସିସି ଅଧିକାରୀ କ୍ୟାପଟେନ୍ ଧର୍ମେନ୍ଦ୍ର କୁମାର ସାହୁଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରାୟ ୬୦ ଜଣ ଏନ୍ସିସି ଛାତ୍ରଛାତ୍ରୀ ଯୋଗଦେଇଥିଲେ। ଛାତ୍ରଛାତ୍ରୀମାନେ ମହାବିଦ୍ୟାଳୟ ପରିସରରେ ସଫେଇ କରିବା ସହ ସ୍ୱଚ୍ଛତା ନେଇ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିଥିଲେ।ଏହାପରେ ଏନ୍ସିସି ଛାତ୍ରଛାତ୍ରୀଙ୍କ ପକ୍ଷରୁ ଏକ ସଚେତନତା ଶୋଭାଯାତ୍ରା ବାହାରିଥିଲା। ଶୋଭାଯାତ୍ରାଟି ବ୍ଲକ କାର୍ଯ୍ୟାଳୟ, ମେଡିକାଲ ଓ ବଜାର ଅଞ୍ଚଳ ଦେଇ ଯାଇ ସ୍ୱଚ୍ଛତା ଓ ବିକଶିତ ଭାରତ ଗଠନ ନେଇ ସଚେତନତାର ବାର୍ତ୍ତା ପ୍ରଦାନ କରିଥିଲା।ଏହି ଅବସରରେ ଆୟୋଜିତ ସଚେତନତା ସଭାରେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷ ଜଗନ୍ନାଥ ମହାନ୍ତ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ହଳଧର ସାହୁ, ଅଧ୍ୟାପିକା ସୁସ୍ନାତା ଶୋଭାଲିନ ମହାପାତ୍ର ଓ ଅଧ୍ୟାପିକା ସୁଚିସ୍ମିତା ଦାଶ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ବିକଶିତ ଭାରତ ଗଠନରେ ଯୁବପିଢ଼ିଙ୍କ ଭୂମିକା ସମ୍ପର୍କରେ ମାର୍ଗଦର୍ଶନ ଦେଇଥିଲେ।କାର୍ଯ୍ୟକ୍ରମକୁ ଏନ୍ସିସି ଅଧିକାରୀ କ୍ୟାପଟେନ୍ ଧର୍ମେନ୍ଦ୍ର କୁମାର ସାହୁ ପରିଚାଳନା କରିଥିଲେ।
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
Subscribe to:
Post Comments (Atom)
Latest News
ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।