ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ଜ୍ୱରରେ ଆକ୍ରାନ୍ତ ୧୪ ବର୍ଷୀୟ ନାବାଳକଙ୍କ ଅକାଳ ମୃତ୍ୟୁ, ପାଟଣା ଅଞ୍ଚଳରେ ଶୋକ

News Summary

କେନ୍ଦୁଝର ଜିଲ୍ଲା ପାଟଣାରେ ଜ୍ୱରରେ ଆକ୍ରାନ୍ତ ୧୪ ବର୍ଷୀୟ ଗଣେଶ ମୁଖିଙ୍କ ମୃତ୍ୟୁ। ପାଟଣା ଥାନାରେ ଅପମୃତ୍ୟୁ ମାମଲା ରୁଜୁ।

ନଜର ଓଡ଼ିଶା | Nazar Odisha
କେନ୍ଦୁଝର/ପାଟଣା, ୮/୧୦: ଜ୍ୱରରେ ଆକ୍ରାନ୍ତ ହୋଇ ଜଣେ ୧୪ ବର୍ଷୀୟ ନାବାଳକଙ୍କ ଅକାଳ ମୃତ୍ୟୁ ଘଟିଛି। ଏହି ଦୁଃଖଦ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।ସୂଚନା ଅନୁଯାୟୀ, କେନ୍ଦୁଝର ଜିଲ୍ଲା ବଡ଼ବିଲ ପଞ୍ଚାୟତ ଅନ୍ତର୍ଗତ ବଡ଼ବିଲ ଗ୍ରାମର ରଞ୍ଜନ ମୁଖିଙ୍କ ପୁଅ ଗଣେଶ ମୁଖି (୧୪) ପାଟଣା ମୁଖ୍ୟାଳୟ ନିକଟସ୍ଥ କାମେଶ୍ୱରପୁର ଗ୍ରାମରେ ଥିବା ତାଙ୍କ ଅଜା ଅଶୋକ କାରୁଆଙ୍କ ଘରକୁ ଆସିଥିଲେ। ଗତ କିଛି ଦିନ ଧରି ସେ ପ୍ରବଳ ଜ୍ୱରରେ ପୀଡ଼ିତ ଥିଲେ।ପରିବାର ଲୋକେ ତାଙ୍କୁ ପ୍ରଥମେ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିଲେ। ଡାକ୍ତରୀ ପରୀକ୍ଷା ପରେ ସେ ଔଷଧ ସେବନ କରୁଥିଲେ। ତେବେ ଗତ ରାତିରେ ହଠାତ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଅଧିକ ଖରାପ ହୋଇପଡ଼ିବାରୁ ପରିବାର ଲୋକେ ତାଙ୍କୁ ପାଟଣା ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।ଏହି ଘଟଣାକୁ ନେଇ ପାଟଣା ଥାନାରେ ମାମଲା ନମ୍ବର ୫୪/୨୦୨୬ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ପାଟଣା ପୁଲିସ ନାବାଳକଙ୍କ ମୃତଦେହ ବ୍ୟବଚ୍ଛେଦ କରାଇବା ପରେ ତାଙ୍କ ପରିବାରକୁ ହସ୍ତାନ୍ତର କରିଛି।
Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।