ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର
ସଦ୍ୟତମ ଖବର ଲୋଡ୍ ହେଉଛି...

ଚଳନ୍ତା ଟ୍ରାକ୍ଟରରୁ ଖସି ଚକ ତଳେ ଚାପି ହୋଇ ଚାଳକଙ୍କ ମୃତ୍ୟୁ

News Summary

ନଜର ଓଡ଼ିଶା | ଓଡ଼ିଶାର ତାଜା ଖବର ଓ ନ୍ୟୁଜ୍ ପୋର୍ଟାଲ୍

ନଜର ଓଡ଼ିଶା | Nazar Odisha

କେନ୍ଦୁଝର/ପାଟଣା, ୧/୧୧: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଅନ୍ତର୍ଗତ ତାଟିହୁଡ଼ି ନିକଟରେ ଏକ ମର୍ମନ୍ତୁଦ ଟ୍ରାକ୍ଟର ଦୁର୍ଘଟଣାରେ ଚାଳକଙ୍କ ମୃତ୍ୟୁ ଘଟିଛି। ଚଳନ୍ତା ଟ୍ରାକ୍ଟରରୁ ଭାରସାମ୍ୟ ହରାଇ ତଳକୁ ଖସିପଡ଼ିବା ପରେ ଚକ ତଳେ ଚାପି ହୋଇ ଚାଳକଙ୍କ ଜୀବନ ଯାଇଛି।ମୃତକ ହେଲେ ଏରେଣ୍ଡେଇ ତାଟିହୁଡ଼ି ସାହିର ତ୍ରିଲୋଚନ ମହାନ୍ତଙ୍କ ପୁଅ ରଞ୍ଜନ ମହାନ୍ତ (୩୬)। ସୂଚନା ଅନୁଯାୟୀ, ରଞ୍ଜନ ଧାନ ବୋହିବା କାମ ଶେଷ କରି ଟ୍ରାକ୍ଟର ନେଇ ଘରକୁ ଫେରୁଥିବା ସମୟରେ ବିଳମ୍ବିତ ରାତିରେ ତାଟିହୁଡ଼ି ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ଚଳନ୍ତା ଟ୍ରାକ୍ଟରରୁ ସେ ଭାରସାମ୍ୟ ହରାଇ ତଳକୁ ଖସିପଡ଼ିବାରୁ ଟ୍ରାକ୍ଟରର ବଡ଼ ଚକ ତଳେ ଚାପି ହୋଇଯାଇଥିଲେ। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା।ଖବର ପାଇ ପାଟଣା ପୁଲିସର ଏଏସ୍‌ଆଇ ଧନେଶ୍ୱର ପାତ୍ର ଘଟଣାସ୍ଥଳରେ ପହଞ୍ଚି ଟ୍ରାକ୍ଟରକୁ ଜବତ କରିବା ସହ ମୃତଦେହ ଉଦ୍ଧାର କରିଥିଲେ। ପରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା।ଏହି ଘଟଣାକୁ ନେଇ ପାଟଣା ଥାନାରେ କେସ୍‌ ନଂ ୩୪୧/୨୦୨୬ରେ ଏକ ଦୁର୍ଘଟଣା ମାମଲା ରୁଜୁ ହୋଇଛି। ପୁଲିସ ଘଟଣାର ତଦନ୍ତ କରୁଥିବା ବେଳେ ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାରବର୍ଗଙ୍କ ହସ୍ତାନ୍ତର କରାଯାଇଛି।

Share: 𝕏
ସୁନ୍ଦର ଓଡ଼ିଶା • ସମୃଦ୍ଧ ଓଡ଼ିଶା
  • ()

Latest News

ନଜର ଓଡ଼ିଶା (Nazar Odisha) ହେଉଛି ଓଡ଼ିଶାର ତାଜା ଖବର, ଜିଲ୍ଲା ଖବର, ରାଜ୍ୟ ଖବର, ଦେଶ-ବିଦେଶ, ରାଜନୀତି, ଶିକ୍ଷା, ନିଯୁକ୍ତି, କ୍ରୀଡ଼ା ଓ ସାମାଜିକ ଖବରର ନ୍ୟୁଜ୍ ପୋର୍ଟାଲ୍।


About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।