ନଜର ଓଡ଼ିଶା — ଓଡ଼ିଶାର ପ୍ରତିଟି ଖବର ଉପରେ ନଜର

ନଜର ଓଡ଼ିଶା

Nazar Odisha

🚨 BREAKING NEWS ସଦ୍ୟତମ ଖବର ଲୋଡ୍ ହେଉଛି...

Showing posts with label odisha journalist. Show all posts
Showing posts with label odisha journalist. Show all posts

ମୟୂରଭଞ୍ଜ ସାମ୍ବାଦିକ ସଂଘର ସାଧାରଣ ପରିଷଦ ବୈଠକ ଓ ରାଜ୍ୟସ୍ତରୀୟ ଆଲୋଚନାଚକ୍ର

ମୟୂରଭଞ୍ଜ/ରାଇରଙ୍ଗପୁର: ରାଇରଙ୍ଗପୁରସ୍ଥିତ ମହତାବ ଭବନ ପରିସରରେ ମୟୂରଭଞ୍ଜ ସାମ୍ବାଦିକ ସଂଘ ପକ୍ଷରୁ ସାଧାରଣ ପରିଷଦ ବୈଠକ ଓ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଆୟୋଜିତ ହୋଇଛି। ଏହି ଅବସରରେ ସାମ୍ବାଦିକତା ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ, ସାମ୍ବାଦିକମାନଙ୍କ ସମସ୍ୟା ଓ ସାମ୍ବାଦିକତାର ବିକାଶ ନେଇ ବିସ୍ତୃତ ଆଲୋଚନା ହୋଇଥିଲା।କଳିଙ୍ଗ ୟୁନିଅନ ଅଫ୍ ୱାର୍କିଂ ଜର୍ଣ୍ଣାଲିଷ୍ଟର ରାଜ୍ୟ ସଭାପତି ମନୋଜ ଦାସ ଅତିଥି ପରିଚୟ ପ୍ରଦାନ କରିବା ସହ ଆଲୋଚନାର ଶୁଭାରମ୍ଭ କରିଥିଲେ। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସାମ୍ବାଦିକମାନଙ୍କ ବିଭିନ୍ନ ଦାବି ସମ୍ବଳିତ ଦାବିପତ୍ର ପାଠ କରାଯାଇଥିଲା।କାର୍ଯ୍ୟକ୍ରମରେ ସାମ୍ବାଦିକମାନଙ୍କ ଏକତା ଓ ସଂଗଠନକୁ ଆହୁରି ସୁଦୃଢ଼ କରିବା ସହ ସାମ୍ବାଦିକତା କ୍ଷେତ୍ରର ବିକାଶ ଉପରେ ଗୁରୁତ୍ୱ ଦିଆଯାଇଥିଲା।ରାଇରଙ୍ଗପୁର ମହତାବ ଭବନରେ ଆୟୋଜିତ ଏହି ବୈଠକ ଓ ଆଲୋଚନାଚକ୍ରରେ କଳିଙ୍ଗ ୟୁନିଅନ ଅଫ୍ ୱାର୍କିଂ ଜର୍ଣ୍ଣାଲିଷ୍ଟର ରାଜ୍ୟ ସାଧାରଣ ସମ୍ପାଦକ ରାଜକିଶୋର ସ୍ୱାଇଁ, ମୟୂରଭଞ୍ଜ ସାଂସଦ ନବ ଚରଣ ମାଝୀ, ଉଦଳା ବିଧାୟକ ଭାସ୍କର ମଢେଇ, ରାଇରଙ୍ଗପୁର ବିଧାୟକ ଜଲେନ ନାଏକ, ରାଇରଙ୍ଗପୁର ପୋଲିସ ଜିଲ୍ଲାର ଆରକ୍ଷୀ ଅଧୀକ୍ଷକ ସୁରେଶ ଚନ୍ଦ୍ର ପାତ୍ର ଏବଂ ରାଇରଙ୍ଗପୁର ପୌରାଧ୍ୟକ୍ଷ ଅଭିଷେକ ପଟ୍ଟନାୟକ ପ୍ରମୁଖ ମଞ୍ଚାସୀନ ହୋଇଥିଲେ।ସାମ୍ବାଦିକମାନଙ୍କ ପକ୍ଷରୁ ଆଠଗୋଟି ମୌଳିକ ଦାବି ମୁଖ୍ୟ ଅତିଥିଙ୍କ ନିକଟରେ ଉପସ୍ଥାପନ କରାଯାଇଥିଲା। ସାମ୍ବାଦିକମାନଙ୍କ ଦାବି ଓ ସମସ୍ୟାଗୁଡ଼ିକୁ ସରକାରଙ୍କ ନିକଟରେ ଉପସ୍ଥାପନ କରିବା ସହ ଆବଶ୍ୟକ ପଦକ୍ଷେପ ପାଇଁ ଉଦ୍ୟମ କରାଯିବ ବୋଲି ମୁଖ୍ୟ ଅତିଥି ତଥା ମୟୂରଭଞ୍ଜ ସାଂସଦ ନବ ଚରଣ ମାଝୀ ପ୍ରତିଶ୍ରୁତି ଦେଇଥିଲେ।
ଏହି କାର୍ଯ୍ୟକ୍ରମକୁ ସାମ୍ବାଦିକ ସଂଘର ସଭାପତି ଅରୁଣ ଓତା, ସାଧାରଣ ସମ୍ପାଦକ ସଞ୍ଜୟ ଅଗ୍ରୱାଲା, ବାମନ ଘାଟି ଉପଖଣ୍ଡ ସଭାପତି ଖୁଦିରାମ ମହାନ୍ତି, ସମ୍ପାଦକ ବିଶ୍ୱରଞ୍ଜନ ପାଲ୍ ଏବଂ କଳିଙ୍ଗ ୟୁନିଅନ ଅଫ୍ ୱାର୍କିଂ ଜର୍ଣ୍ଣାଲିଷ୍ଟର ରାଜ୍ୟ ଉପସଭାପତି ସୌରଭ ପଟ୍ଟନାୟକ ପ୍ରମୁଖ ପରିଚାଳନା କରିଥିଲେ।
ରଞ୍ଜନ କୁମାର ନନ୍ଦ ମଞ୍ଚ ପରିଚାଳନା କରିଥିବା ବେଳେ ଜିଲ୍ଲା ସାଧାରଣ ସମ୍ପାଦକ ସଞ୍ଜୟ ଅଗ୍ରୱାଲା ଧନ୍ୟବାଦ ଅର୍ପଣ କରିଥିଲେ।ଉତ୍ସବରେ ଅନଶନ ମହାନ୍ତ, ପ୍ରଭାତ କୁମାର ହୋତା, ଲଲାଟେନ୍ଦୁ ପାତ୍ର, ଅଜିତ କୁମାର ସେନାପତି ଓ ଅଭିଜିତ୍ ବିଶ୍ୱାଳ ପ୍ରମୁଖ ସାମ୍ବାଦିକଙ୍କୁ ସମ୍ମାନିତ କରାଯାଇଥିଲା।
ନଜର ଓଡ଼ିଶା
Nazar Odisha
Powered by Blogger.
  • ()

Latest News


🆕 Latest News


ADVERTISEMENT
About Us

ନଜର ଓଡ଼ିଶା

ନଜର ଓଡ଼ିଶା ଏକ ଡିଜିଟାଲ ନ୍ୟୁଜ୍ ପ୍ଲାଟଫର୍ମ। ଓଡ଼ିଶାର ପ୍ରତିଟି ଖବର ଉପରେ ନଜର ରଖି ରାଜ୍ୟ, ଜିଲ୍ଲା, ଦେଶ ଓ ବିଦେଶ, ରାଜନୀତି, କ୍ରୀଡ଼ା, ମନୋରଞ୍ଜନ ଓ ବିଶେଷ ଖବର ପାଠକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ସଠିକ୍, ଦାୟିତ୍ୱଶୀଳ ଓ ତଥ୍ୟଭିତ୍ତିକ ସମ୍ବାଦ ପ୍ରକାଶ କରିବାକୁ ଆମେ ପ୍ରାଥମିକତା ଦେଉଛୁ।

Contact Us

ନଜର ଓଡ଼ିଶା ସହ ଯୋଗାଯୋଗ

ଖବର, ସୁଧାର ସୂଚନା, ବିଜ୍ଞାପନ କିମ୍ବା ସମ୍ପାଦକୀୟ ବିଷୟ ପାଇଁ ଆମ ସହ ଯୋଗାଯୋଗ କରନ୍ତୁ।

ନାମ: ନଜର ଓଡ଼ିଶା

ଆପଣଙ୍କ official email/phone ପରେ ଏଠାରେ ଯୋଡ଼ାଯାଇପାରିବ।

Privacy Policy

ଗୋପନୀୟତା ନୀତି

ନଜର ଓଡ଼ିଶା ପାଠକଙ୍କ ଗୋପନୀୟତାକୁ ସମ୍ମାନ କରେ। Website ବ୍ୟବହାର ସମୟରେ ଆବଶ୍ୟକ technical information, cookies କିମ୍ବା analytics data ସେବା ଉନ୍ନତି ଓ ସୁରକ୍ଷା ପାଇଁ ବ୍ୟବହୃତ ହୋଇପାରେ।

ପାଠକଙ୍କ ବ୍ୟକ୍ତିଗତ ତଥ୍ୟକୁ ଅନାବଶ୍ୟକ ଭାବେ ସାର୍ବଜନୀନ କରାଯିବ ନାହିଁ। Third-party services ନିଜସ୍ୱ privacy policy ଅନୁସାରେ ତଥ୍ୟ ପ୍ରକ୍ରିୟା କରିପାରନ୍ତି।

Disclaimer

ଦାୟିତ୍ୱ ପ୍ରତ୍ୟାଖ୍ୟାନ

ନଜର ଓଡ଼ିଶାରେ ପ୍ରକାଶିତ ଖବର ଓ ସୂଚନା ସାଧ୍ୟମତେ ଯାଞ୍ଚ କରି ପ୍ରକାଶ କରାଯାଏ। ତଥାପି କୌଣସି ଅନିଚ୍ଛିତ ଭୁଲ, ଅସମ୍ପୂର୍ଣ୍ଣତା କିମ୍ବା ସମୟ ସହିତ ପରିବର୍ତ୍ତିତ ତଥ୍ୟ ପାଇଁ ପାଠକ ନିଜସ୍ୱ ବିଚାର ବ୍ୟବହାର କରିବେ।

ତୃତୀୟ ପକ୍ଷ website, link, advertisement କିମ୍ବା content ପାଇଁ ନଜର ଓଡ଼ିଶା ସର୍ବଦା ଦାୟୀ ନୁହେଁ।